ଓଡ଼ିଶା

ପିଡିଏସ୍‌ ହିତାଧିକାରୀଙ୍କ ପାଇଁ e-KYC ବୃଦ୍ଧି; ଡିସେମ୍ବର ୩୧ ଯାଏଁ ବଢିଲା

ଭୁବନେଶ୍ବର: ବଢ଼ିଲା ଇ-କେୱାଇସି କରିବାର ତାରିଖ । ସରକାର ଇ-କେୱାଇସି କରିବାର ସମୟ ସୀମା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବଢ଼ାଇଛନ୍ତି । ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ହିତାଧିକାରୀମାନଙ୍କ ଏହାର ସୁଯୋଗ ନେଇ ପାରିବେ । କୌଣସି କାରଣରୁ ଏପର୍ଯ୍ୟନ୍ତ ଇ-କେୱାଇସି କରାଇ ନ ପାରିଥିବା ହିତାଧିକାରୀମାନେ ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନକାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ ନିଜ ଆଧାରଯୁକ୍ତ ଇ-କେୱାଇସି କରାଇ ପାରିବେ । ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ । ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ଥିବା ରାଜ୍ୟର ସମସ୍ତ ପିଡ଼ିଏସ୍‌ ହିତାଧିକାରୀଙ୍କୁ ଜଣା ଯାଇଛି ଯେ ଆଧାରଭିତ୍ତିକ ଇ-କେୱାଇସି ପ୍ରକ୍ରିୟା ଜାରି ରହିଛି। ଏହା ସମସ୍ତ ୧୧,୮୨୭ ଗୋଟି ଖାଉଟି ସୁଲଭ ମୂଲ୍ୟ ଦୋକାନ ତଥା ୩୧୪ ଗୋଟି ବ୍ଲକ ଓ ୬୪ ଗୋଟି ପୌରାଞ୍ଚଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ରାସନ କାର୍ଡ଼ ପରିଚାଳନା କେନ୍ଦ୍ର ଗୁଡ଼ିକରେ ଜାରି ରହିଛି I ଏହାଛଡା ଏ ପର୍ଯ୍ୟନ୍ତ ଇ-କେୱାଇସି କରି ପାରିନଥିବା ହିତାଧିକାରୀମାନଙ୍କୁ ପ୍ରତ୍ୟେକ ମାସର ପି.ଡ଼ି.ଏସ ସାମଗ୍ରୀ ପୂର୍ବଭଳି ମିଳୁଛି I କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଇ-କେୱାଇସି କରିନଥିବାରୁ ରାସନ ଦେବାରୁ ବଞ୍ଚିତ କରାଯାଇନାହିଁ I ଏହି ପ୍ରକ୍ରିୟା ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲୁରହିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପକ୍ଷରୁ ସୂଚନା ଦିଆଯାଇଛି I

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL