ଜାତୀୟ

ଦିଲ୍ଲୀ ବିସ୍ଫୋରଣ ଘଟଣା ନେଇ ଗୁଇନ୍ଦା ମୁଖ୍ୟଙ୍କ ସହ କଥା ହେଲେ ଶାହ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାର ସମୀକ୍ଷା କରିଛନ୍ତି କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେ ଘଟଣା ବିଷୟରେ ଆଇବି(ଗୁଇନ୍ଦା ବ୍ୟୁରୋ) ମୁଖ୍ୟ ତପନ ଡେକାଙ୍କ ସହିତ ଆଲୋଚନା କରିଛନ୍ତି।

ଅନ୍ୟପଟେ ଘଟଣାରେ ଆତଙ୍କବାଦୀଙ୍କ ସମ୍ପୃକ୍ତି ରହିଛି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। କେଉଁ ପରିସ୍ଥିତିରେ ଏହି ବିସ୍ଫୋରଣ ଘଟିଲା ତାହାର ସୁରାକ ମଧ୍ୟ ମିଳିନାହିଁ। ଦିଲ୍ଲୀ ଲାଲ୍‌ କିଲ୍ଲା ନିକଟ ମେଟ୍ରୋ ଷ୍ଟେସନ ପାଖ ୧ ନମ୍ବର ଗେଟ୍‌ ନିକଟରେ ଏହି ବିସ୍ଫୋରଣ ଘଟିଥିବାବେଳେ ୮ ଜଣଙ୍କ ମୃତ୍ୟୁ ଘଟିଛି।

ଘଟଣା ପରେ ଏନଆଇଏ ଏବଂ ଏନଏସଜି ତନାଘନା ଆରମ୍ଭ କରିଛନ୍ତି। ସିଆରପିଏଫ ଡିଆଇଜି କିଶୋର ପ୍ରସାଦ ଘଟରାସ୍ଥଳରେ ପହଞ୍ଚିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ କିଛି କହି ହେବ ନାହିଁ। ସ୍ଥିତିର ନିରୀକ୍ଷଣ କରାଯିବା ପରେ କିଛି କୁହାଯାଇପାରିବ।

ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଷ୍ଟେସନରେ ଲାଗିଥିବା କାଚ ଭାଙ୍ଗିଯାଇଥିଲା। ଘଟଣା ପରେ ସମ୍ପୂର୍ଣ୍ଣ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL