ଜାତୀୟ

ଗ୍ବାଲିୟରରେ ସଡ଼କ ଦୁର୍ଘଟଣା, ୫ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଗ୍ବାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଫର୍ଚ୍ୟୁନର କାର୍, ବାଲି ବୋଝେଇ ଟ୍ରାକ୍ଟର ଏବଂ ଟ୍ରଲି ମଧ୍ୟରେ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି ।

ସୂଚନାନୁଯାୟୀ, ଗ୍ୱାଲିୟରର ମହାରାଜପୁରା ଅଞ୍ଚଳରେ ଏକ ଅନିୟନ୍ତ୍ରିତ ଫର୍ଚୁନର ଏବଂ ଏକ ଟ୍ରାକ୍ଟର ମଧ୍ୟରେ ଧକ୍କା ହେବା ଫଳରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିବା ଗ୍ୱାଲିୟରର ସିଏସପି କହିଛନ୍ତି । ଫଳରେ ୫ଜଣଙ୍କର ମୃତ୍ୟୁ ଘଟିଥିଲା । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ  ତୁରନ୍ତ ପୋଲିସ ପହଞ୍ଚି ମୃତଦେହକୁ ପୋଷ୍ଟମର୍ଟମ ପାଇଁ ଜିଲ୍ଲା ହସ୍ପିଟାଲକୁ ପଠାଇଥିଲା । ଘଟଣାଟି ସକାଳ ପ୍ରାୟ ସାଢ଼େ ୬ଟା ବେଳେ ଘଟିଥିଲା । କିନ୍ତୁ ଏପର୍ଯ୍ୟନ୍ତ କୌଣସି ଜୀବିତଙ୍କୁ ଉଦ୍ଧାର କରାଯାଇନାହିଁ ବୋଲି ସ୍ପଷ୍ଟ କରିଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL