ଜାତୀୟ

ଚାଷୀଙ୍କ ଖାତାକୁ ଆସିଲା ପିଏମ୍ କିଷାନର ୨୧ତମ କିସ୍ତି ଟଙ୍କା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ)ର ୨୧ତମ କିସ୍ତି ବୁଧବାର ମିଳିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କିସ୍ତି ବାବଦ ଅର୍ଥ ଯୋଜନା ଅନ୍ତର୍ଭୁକ୍ତ ୨୦କୋଟି କୃଷକଙ୍କୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ କରିବେ। ଏହି କିସ୍ତିରେ ପ୍ରତି କୃଷକଙ୍କ ବ୍ୟାଙ୍କ ଖାତାରେ ୨୦୦୦ ଟଙ୍କା ଲେଖାଏଁ ଜମା ହେବ। ପିଏମ୍‌-କିଷାନ ଯୋଜନାରେ ପ୍ରତି କୃଷକଙ୍କୁ ବାର୍ଷିକ ୬୦୦୦ ଟଙ୍କା ତିନିଟି କିସ୍ତିରେ ପ୍ରଦାନ କରାଯାଉଛି। ୨୦୧୯ ଫେବୃଆରୀ ୨୪ରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୩.୭୦ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯାଇସାରିଲାଣି।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL