ଓଡ଼ିଶା

ଆଜିଠୁ କୁଲଡିହାରେ ବାଘ ଗଣନା

ନୀଳଗିରି: କୁଲଡିହା ଅଭୟାରଣ୍ୟରେ ବାଘ ଗଣନା ଆରମ୍ଭ । ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ଥିବା କୁଳଡିହା ଅଭାୟାରଣ୍ୟରେ ଆଜି ଠାରୁ ଆରମ୍ଭ ହୋଇଛି ବାଘ ଗଣନା । ୨୭ହଜାର ୨ ୭୫ ବର୍ଗ କିଲୋମିଟର ପରିମିତ ଏହି ଅଭୟାରଣ୍ୟରେ ବିଭିନ୍ନ ପ୍ରଜାତିର ଜୀବଜନ୍ତୁ ଅଛନ୍ତି ।  ଏହି ଜଙ୍ଗଲରେ କଲରାପତରିଆ, ହେଟା ବାଘ ଥିବାବେଳେ ଗତବର୍ଷ ଶିମିଳିପାଳରୁ ଏକ ମହାବାଳବାଘ ଆସି ବେଶ କିଛିଦିନ ରହିଥିଲା ।

ଜୀବଜନ୍ତୁ ,ଗୋରୁଗାଈ ଶିକାର କରିଥିଲା ।  ଆଜି ବନବିଭାଗର ଟିମ କୁଳଡିହା ଅଭୟାରଣ୍ୟର ଚାରିପଟୁ ଘଞ୍ଚଜଙ୍ଗଲ ଭିତରକୁ ପଶିଛନ୍ତି । ପୂର୍ବରୁ ବାଘ ଗଣନା ପାଇଁ ପ୍ଲାଷ୍ଟର ପ୍ୟାରିସ ବ୍ୟବହାର ହୋଇଥିଲା ।  ଚଳିତ ବର୍ଷ ଟ୍ରାପ କ୍ୟାମେରା ମାଧ୍ୟମରେ ବାଘକୁ ଚିହ୍ନଟ କରାଯିବ। ୧୭ ଟି ସ୍ଥାନରେ ଟ୍ରାପ କ୍ୟାମେରା ଲଗାଯାଇଛି । ଏନେଇ ସୂଚନା ଦେଇଛନ୍ତି କୁଳଡିହା ରେଞ୍ଜର ସୁବ୍ରତ କୁମାର ବେହେରା ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL