ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଲାଗି ଖର୍ଚ୍ଚ ହୋଇଛି ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ କାର୍ଯ୍ୟ ଆରମ୍ଭରୁ ଆଜିର ବାତାବରଣ ବେଶ୍ ସ୍ୱାଭାବିକ ରହିଥିବା ଦେଖିବାକୁ ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ହୋଇଛି ୫୦ ଲକ୍ଷ ଟଙ୍କା । ସେହିପରି ଅନ୍ୟ ଏକ ସରକାରୀ ବାସଭବନର ମରାମତିରେ ଖର୍ଚ୍ଚ ହୋଇଛି ୨୩ ଲକ୍ଷରୁ ଅଧିକ ଟଙ୍କା । ଏନେଇ ବିଧାନସଭାରୁ ଆସିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ।

ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନରେ ଏନେଇ ଗୃହରେ ଉତ୍ତର ରଖିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓଙ୍କ ସରକାରୀ ବାସଭବନ ମରାମତିରେ ଖର୍ଚ୍ଚ ହୋଇଛି ୨୮ ଲକ୍ଷ ୨୧ ହଜାର ୨୩୦ଟଙ୍କା । ଏହା ପରେ ଜଙ୍ଗଲ ପରିବେଶ ମନ୍ତ୍ରୀଙ୍କ ବାସଭବନ ମରାମତି କାର୍ଯ୍ୟରେ ୨୫ ଲକ୍ଷ ୭୪ ହଜାର ୬୭୨ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କର ଖର୍ଚ୍ଚ ହୋଇଛି ୨୫ ଲକ୍ଷ ୭୨ ହଜାର ୫୧୭ ଟଙ୍କା । ନିଜ ସରକାରୀ ବାସଭବନରେ ସବୁଠାରୁ କମ ଖର୍ଚ୍ଚ କରିଥିବା ମନ୍ତ୍ରୀ ହେଉଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL