ଓଡ଼ିଶା

ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦେଲେ କନିଷ୍ଠ ଶିକ୍ଷକ

ଭୁବନେଶ୍ବର : ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ । ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ । ସାରା ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଶିଶୁ ବଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ କନିଷ୍ଠ ଶିକ୍ଷକମାନେ ସମସ୍ତ ବିଷୟ ପଢ଼ାଉଛନ୍ତି । ଠିକା କର୍ମଚାରୀ ଭାବେ ସାରା ରାଜ୍ୟରେ ୧୩ ହଜାରରୁ ଅଧିକ କନିଷ୍ଠ ଶିକ୍ଷକ ସଂଘ କାର୍ଯ୍ୟରତ ।

ଅଗଷ୍ଟ ୨୨ ତାରିଖରେ ରାଜ୍ୟ ସରକାର କନିଷ୍ଠ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ଘୋଷଣା କରିଥିଲେ ମଧ୍ୟ ଏଯାଏ ତାହା କାର୍ଯ୍ୟକାରୀ ହୋଇନାହିଁ । ୪ ମାସ ବିତିଯାଇଥିଲେ ବି ସୁଦ୍ଧା କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ବାହାରୁନାହିଁ ସରକାରୀ ନିର୍ଦ୍ଦେଶନାମା । ଯାହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛି ସଂଘ । ସେଥିପାଇଁ ଆଜି ଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଲୋୟର୍ ପିଏମଜିରେ ଧାରଣା ଜାରି ରହିବ ବୋଲି ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ ଚେତାବନୀ ଦେଇଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL