ଓଡ଼ିଶା

ବାରବାଟୀ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର : ବାରବାଟୀ ବିଜୟ ପରେ ଟିମ୍ ଇଣ୍ଡିଆକୁ ବିପୁଳ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦମଦାର ବିଜୟ ନେଇ ଅଧିନାୟକ ସୂର୍ଯ୍ୟକୁମାର ଓ ଟିମ୍ କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି କ୍ରୀଡ଼ାମନ୍ତ୍ରୀ, ବିଧାୟକ ପ୍ରମୁଖ ଟିମ୍ କୁ ଅଭିନନ୍ଦନ ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆଜିର ମ୍ୟାଚ୍ ବହୁତ ଉତ୍କଣ୍ଠା ଭରା ଥିଲା । ହଜାର ହଜାର ଦର୍ଶକ ଏହାକୁ ଦେଖି ଆନନ୍ଦିତ ହୋଇଛନ୍ତି । ଭାରତୀୟ ଟିମ୍ ଚମତ୍କାର ପ୍ରଦର୍ଶନ କରିଛି । ଏଥର ବାରବାଟୀରେ ମ୍ୟାଚ୍ ପରିଚାଳନା ଉନ୍ନତ ମାନର ଥିଲା । ଏଥିପାଇଁ ପରିଚାଳନା ଦାୟିତ୍ୱରେ ଥିବା ସଂସ୍ଥା, ଓଡ଼ିଶା କ୍ରିକେଟ୍ ଆସୋସିଏସନ୍, ସହଯୋଗ କରୁଥିବା ପ୍ରଶାସନିକ ଟିମ୍, ପୂରା ପୋଲିସ ପ୍ରଶାସନ ଓ ଏଥିରେ ସାମିଲ ଅନ୍ୟ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଭୂୟସୀ ପ୍ରଶଂସା କରିଥିଲେ । ଆଗକୁ ଷ୍ଟାଡିୟମରେ ଆହୁରି ମ୍ୟାଚ୍ ହେବ । ସେସବୁର ପରିଚାଳନାକୁ ଅଧିକ ଉନ୍ନତ କରାଯିବ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL