ଚାନ୍ଦବାଲି : ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ ଦେବା ପଡ଼ିଲା ମହଙ୍ଗା । ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କଲେ ଚାନ୍ଦବାଲି ବିଇଓ । ନିଲମ୍ବିତ ଶିକ୍ଷକ ହେଲେ ଭଦ୍ରକ କିସମତ ସ୍କୁଲର ପ୍ରଧାନଶିକ୍ଷକ ବ୍ରଜକିଶୋର ଦାସ । ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅଶାଳୀନ ମନ୍ତବ୍ୟ ଦେଇଥିଲେ । ଯାହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ ବ୍ରଜକିଶୋରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଥିଲା । ବ୍ଲକ ଶିକ୍ଷାଧିକାରୀ ଘଟଣାର ତଦନ୍ତ କରି ସଂପୃକ୍ତ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ





