ଭୁବନେଶ୍ବର:ପ୍ରକାଶ ପାଇଲା ୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଆସନ୍ତା ୨୦୨୬ ବର୍ଷ ପାଇଁ ଛୁଟି ତାଲିକା ପ୍ରକାଶ ପାଇଛି। ଆସନ୍ତା ବର୍ଷ ରବିବାର ବ୍ୟତୀତ ୮୨ ଦିନ ଛୁଟି ରହିବ। ତେବେ ଛୁଟି ତାଲିକାରେ ଥିବା ନେତାଜୀ ଜୟନ୍ତୀ, ସାଧାରଣତନ୍ତ୍ର ଦିବସ, ଉତ୍କଳ ଦିବସ, ସ୍ୱାଧୀନତା ଦିବସ, ଗଣେଶ ପୂଜା ଓ ଗାନ୍ଧି ଜୟନ୍ତୀ ବିଦ୍ୟାଳୟରେ ପାଳନ କରାଯିବ। ତେଣୁ ଏହି ଦିନ ପିଲାମାନଙ୍କୁ ସ୍କୁଲ ଯିବାକୁ ପଡ଼ିବ।
୨୦୨୬ ପାଇଁ ପ୍ରକାଶ ପାଇଲା ସ୍କୁଲ ଛୁଟି ତାଲିକା









