ଓଡ଼ିଶା

ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ଗସ୍ତ କରିଛନ୍ତି । ଆଜି ଦିନ ସାଢେ ୧୧ ଟା ବେଳେ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ରାମଲିଙ୍ଗେଶ୍ୱର୍ ପାର୍କରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସେଠାରୁ ସେ ସବ ରେଜିଷ୍ଟର ଚକକୁ ଯାଇ ସ୍ବର୍ଗତ ମୋହନ ନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସେଠାରୁ ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର ସମେତ ଗଞ୍ଜାମ ଜିଲ୍ଲାର ବିଭିନ୍ନ ନିର୍ବାଚନ ମଣ୍ଡଳୀର ବିଧାୟକ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL