ଓଡ଼ିଶା

ବନକଲାଗି ନୀତି ପାଇଁ ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବାସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ବର:  ଆସନ୍ତାକାଲି ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।

ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ। ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL