ଓଡ଼ିଶା

ସମ୍ବଲପୁରରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାଣି

ସମ୍ବଲପୁର: ସମ୍ବଲପୁର ସହରବାସୀଙ୍କ ଦୀର୍ଘଦିନର ପିଇବା ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ସମ୍ବଲପୁର ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ୪୫୧ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟରେ ଏକ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକଳ୍ପ ଅଧୀନରେ ସମ୍ବଲପୁର ସହର ମଧ୍ୟରେ ପ୍ରାୟ ୩୪୦ କିଲୋମିଟର ଦୀର୍ଘ ପାଣି ପାଇପ୍‌ଲାଇନ୍ ବିଛାଯିବ। ସେଥିପାଇଁ ଗୋଟିଏ ଇନ୍‌ ଟେକ୍ ଓ୍ବେଲ୍‌ ଓ ଦୁଇଟି ଆଧୁନିକ ଓ୍ବାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ କରାଯିବ। ସମ୍ବଲପୁର ପଟେ ୬୫ ଏମଏଲଡି ଏବଂ ବୁର୍ଲା ପଟେ ୩୫ ଏମଏଲଡି କ୍ଷମତାର ଦୁଇଟି ଟ୍ରିଟମେଣ୍ଟ ପ୍ଲାଣ୍ଟ ସ୍ଥାପିତ ହେବ।

ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହା ପ୍ରକଳ୍ପ ମାଧ୍ୟମରେ ଦିନକୁ ମୋଟ ୧୦୦ ମିଲିଅନ୍ ଲିଟର ପାନୀୟ ଜଳ ଉପଲବ୍ଧ ହେବ। ଏହି ବୃହତ ପ୍ରକଳ୍ପ ଦ୍ବାରା ସମ୍ବଲପୁର ସହରର ୪୧ଟି ୱାର୍ଡର ପ୍ରାୟ ୫ ଲକ୍ଷ ଜନସାଧାରଣ ଉପକୃତ ହେବେ। ଖରାଦିନରେ ସହରରେ ଦିନକୁ ପ୍ରାୟ ୩୦ ମିଲିଅନ୍ ଲିଟର, ଅର୍ଥାତ୍ ଦିନକୁ ୩ କୋଟି ଲିଟର ପାଣିର ଅଭାବ ହେଉଛି। ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ପାନୀୟ ଜଳ ସମସ୍ୟାର ସମାଧାନ ହେବା ସହିତ ସହରବାସୀ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ସୁବିଧା ପାଇପାରିବେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଏହି ପ୍ରକଳ୍ପ କେନ୍ଦ୍ର ସରକାରଙ୍କ “ଅମୃତ 2.0” ଯୋଜନା ଅଧୀନରେ “ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍”ଯୋଜନାର ଅଂଶ। ଏଥିରେ ସହରବାସୀ ସିଧାସଳଖ ଟ୍ୟାପ୍‌ରୁ ପାଣି ଆଣି ପିଇପାରିବେ, ଯାହାକୁ ଅଲଗା ଭାବେ ଫିଲ୍ଟର କରିବାର ଆବଶ୍ୟକତା ରହିବ ନାହିଁ। ଭଲ ଓ ସୁରକ୍ଷିତ ପାନୀୟ ଜଳ ଯୋଗୁ ସମ୍ବଲପୁର ବାସୀଙ୍କ ଜୀବନ ଧାରଣର ମାନରେ ଗୁଣାତ୍ମକ ପରିବର୍ତ୍ତନ ଆସିବ । ଏହି ଅବସରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ସମ୍ବଲପୁର ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ର, ପୂର୍ବତନ ବିଧାୟକ ଶ୍ରୀ ନାଉରି ନାଏକ,ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦାର ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL