ଓଡ଼ିଶା

୨୨ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଆସନ୍ତା ୨୨ତାରିଖରେ ମିଳିବ ସୁଭଦ୍ରା ଟଙ୍କା । । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ପୂର୍ବରୁ ଜାନୁଆରୀ ୧୮ରେ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଥିଲେ ବିଭାଗୀୟ ମନ୍ତ୍ରୀ । ୧୮ ବଦଳରେ ୨୨ତାରିଖରେ ସୁଭଦ୍ରା ସହାୟତା ଅର୍ଥ ରାଶି ପ୍ରଦାନ କରାଯିବା ନେଇ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ ।

ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ସେମାନେ ଏଥର ଏକାବେଳକେ ଦୁଇଟି କିସ୍ତିର ଟଙ୍କା ପାଇବେ । ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL