ଓଡ଼ିଶା

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ହାର୍ଡକୋର ମାଓବାଦୀ, ଅତ୍ୟାଧୁନିକ ବନ୍ଧୁକ ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ଜଣ ହାର୍ଡକୋର ମାଓବାଦୀ । ନିହତ ମାଓବାଦୀଙ୍କ ମଧ୍ୟରେ ଚାରି ଜଣ ମହିଳା ଓ ଦୁଇ ଜଣ ପୁରୁଷ ଥିବା ଜଣାପଡିଛି । ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ମଧ୍ୟ ହୋଇଛି ।

ଖବର ଅନୁଯାୟୀ, ଇନ୍ଦ୍ରାବତୀ ନ୍ୟାସନାଲ ପାର୍କ ଜଙ୍ଗଲରେ ମାଓବାଦୀଙ୍କ ଉପସ୍ଥିତି ନେଇ ବିଶେଷ ସୂତ୍ରରୁ ଖବର ପାଇଥିଲେ ସୁରକ୍ଷାକର୍ମୀ । ଏହାପରେ ସୁରକ୍ଷାକର୍ମୀ ଏବଂ ସ୍ଥାନୀୟ ପୋଲିସ ମିଳିତ ଭାବେ ଆରମ୍ଭ କରିଥିଲେ ସର୍ଚ୍ଚ ଅପରେସନ । ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀ ପ୍ରଥମେ ଗୁଳି ଚାଳନା କରିଥିଲେ । ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଚାଲିଥିଲା ଗୁଳିବିନିମୟ ।

ସୁରକ୍ଷାକର୍ମୀଙ୍କ ପାଲଟା ଜବବାରେ ୬ ଜଣ ମାଓବାଦୀ ନିହତ ହୋଇଛନ୍ତି । ନିହତ ମାଓବାଦୀଙ୍କ ମୁଣ୍ଡ ଉପରେ ଛତିଶଗଡ଼ ସରକାର ୨୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ । ରକେଟ ଲଞ୍ଚର, ଗ୍ରେନେଡ଼ ସମେତ ଘଟଣାସ୍ଥଳରୁ ଏକେ୪୭, ଆଇଏନଏସଏଏସ ଭଳି ଅନେକ ଅତ୍ୟାଧୁନିକ ବନ୍ଧୁକ ଜବତ କରିଛନ୍ତି ସୁରକ୍ଷା କର୍ମୀ ।

 

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL