ପଟ୍ଟାମୁଣ୍ଡାଇ: ଅଭାବନୀୟ, ଅମାନବୀୟ । ଝିଅ ହେବାରୁ ବୋହୂକୁ ମାରିଦେବାକୁ ଉଦ୍ୟମ ଅଭିଯୋଗ । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଡାମରପୁର ଗାଁରେ ଅଭାବନୀୟ ଘଟଣା । ଝିଅ ହେବାରୁ ବୋହୂକୁ ପୋଡି ମାରିଦେବାକୁ ଉଦ୍ୟମ କରିଥିଲେ ଶ୍ବଶୁର ଘର ଲୋକ।
ଗତ କାଲି ବିଳମ୍ବିତ ରାତିରେ ଶୋଇଥିବାବେଳେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ତେବେ ଅଳ୍ପକେ ବର୍ତ୍ତିଯାଇଥିଲେ ବୋହୂ ଓ ନାତୁଣୀ । ଘର ଭିତରର ସମସ୍ତ ଆସବାବପତ୍ର ପୋଡି ଯାଇଛି । ୮ ବର୍ଷ ତଳେ ନିଶ୍ଚିନ୍ତ କୋଇଲି ବାଲିପଡ଼ା ଗାଁର ସସ୍ମିତା ଦାସ ପଟ୍ଟାମୁଣ୍ଡାଇ ଡାମରପୁର ଗାଁର ସୁଶାନ୍ତ ରାୟଙ୍କୁ ବିବାହ କରିଥିଲେ । ସୁଶାନ୍ତଙ୍କର ପ୍ରଥମ ପତ୍ନୀଙ୍କ ଦୁଇଟି ଝିଅ ଥିଲା । ଦ୍ଵିତୀୟ ପତ୍ନୀଙ୍କ ଗୋଟିଏ ଝିଅ ହେବାରୁ ତାକୁ ବାରମ୍ବାର ଶ୍ବଶୁର ଘର ଲୋକ ନିର୍ଯାତନା ଦେଉଥିଲେ ।








