ପୁରୀ: ଆସନ୍ତାକାଲି ୩ ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ସ୍ୱତନ୍ତ୍ର ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ବନକଲାଗି ନୀତି ଆରମ୍ଭ ହେବ ।
ବନକଲାଗି ନୀତି ସମ୍ପୂର୍ଣ୍ଣ ହେବା ପରେ ଏବଂ ଶ୍ରୀଜୀଉଙ୍କ ମହାସ୍ନାନ ପରେ ପୁଣି ଥରେ ଶ୍ରଦ୍ଧାଳୁମାନେ ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇପାରିବେ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।







