ଓଡ଼ିଶା

ଯୋଗାଣ ମନ୍ତ୍ରୀଙ୍କ ଘରୁ ସହାୟକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘରୁ ତାଙ୍କ ସହାୟକଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର ହୋଇଛି । ମୃତକ ହେଲେ ବଲାଙ୍ଗୀର ଜିଲ୍ଲା ବେଲପାହାଡ଼ ଅଞ୍ଚଳର ଶଙ୍କର୍ଷଣ ନାଗ । ତେବେ ତାଙ୍କର କିଭଳି ଓ କେଉଁ କାରଣରୁ ମୃତ୍ୟୁ ଘଟିଲା ତାହା ଅସ୍ପଷ୍ଟ ରହିଛି । ବିଦ୍ୟୁତ୍ ଆଘାତରେ ଶଙ୍କର୍ଷଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଥିବା ବେଳେ ପ୍ରକୃତ କାରଣ ଜଣାପଡିନି । ଏନେଇ କ୍ୟାପିଟାଲ୍ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି । ଏ ଘଟଣା ସମ୍ପର୍କରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା ମିଳି ପାରି ନାହିଁ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL