ଓଡ଼ିଶା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ୨୧ ଯାଏ ଜାରି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ରବିବାର ପ୍ରତ୍ୟୁଷରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରାୟ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ଅଛି ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି।

ଏହାର ପ୍ରଭାବରେ ଅଗଷ୍ଟ ୧୭ ତାରିଖରେ ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗରେ ପୃଥକ ଭାବରେ ପ୍ରବଳ ବର୍ଷା ହୋଇପାରେ। ଅଗଷ୍ଟ ୧୬-୧୮ ପର୍ଯ୍ୟନ୍ତ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଅଗଷ୍ଟ ୧୯-୨୧ ପର୍ଯ୍ୟନ୍ତ ରାଜ୍ୟରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିପାରେ। ଅପରପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଏକ ଅବପାତ ସୃଷ୍ଟି ହୋଇଥିଲା। ଯାହା ଫଳରେ ପ୍ରବଳ ବର୍ଷା ହୋଇଥିଲା। ଆଉ ଏବେ ପୁଣି ନୂଆ ଲଘୁଚାପ ସୃଷ୍ଟି ହୋଇଛି।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL