ଓଡ଼ିଶା

ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ କାଉନ୍ସିଲ୍ ମାନ୍ୟତା

ଭୁବନେଶ୍ୱର: ଓଡ଼ିଶା ଲୋକଭବନ ହାସଲ କରିଛି ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନ୍ସିଲ୍ (IGBC)ର ସମ୍ମାନଜନକ ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍। ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ। ଯାହା ରାଜ୍ୟ ପାଇଁ ଗର୍ବ ଓ ଗୌରବର ବିଷୟ। ଲୋକଭବନ ହେଉଛି ଓଡ଼ିଶା ରାଜ୍ୟପାଳଙ୍କ କାର୍ଯ୍ୟାଳୟ I

ଇଣ୍ଡିଆନ୍ ଗ୍ରୀନ୍ ବିଲ୍ଡିଂ କାଉନସିଲ୍ IGBC ପକ୍ଷରୁ ଲୋକଭବନକୁ ୧୦୦ରୁ ୮୮ ସ୍କୋର ସହ ଏହି ସମ୍ମାନଜନକ ସାର୍ଟିଫିକେସନ୍ ପ୍ରଦାନ କରାଯାଇଛି। ନବୀକରଣୀୟ ଶକ୍ତିର ବ୍ୟବହାର, ଜଳ ସଂରକ୍ଷଣ, ଜୈବ ବିବିଧତାର ସୁରକ୍ଷା, ଅପଚୟ ପରିଚାଳନା ଏବଂ ସ୍ୱଚ୍ଛ ଗତିଶୀଳତା କ୍ଷେତ୍ରରେ ଲୋକଭବନ ପକ୍ଷରୁ ନିଆଯାଇଥିବା ନିରନ୍ତର ପଦକ୍ଷେପକୁ ଏହି ମାନ୍ୟତା ମିଳିଛି। ଏହି ମାନ୍ୟତା ସ୍ଥାୟୀ ଶାସନ ଭିତ୍ତିଭୂମି ଏବଂ ଜଳବାୟୁ ପ୍ରତିକ୍ରିୟାଶୀଳ ସାର୍ବଜନୀନ ପ୍ରତିଷ୍ଠାନ ଗଠନ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି। କ୍ୟାମ୍ପସ୍ ଯୋଜନା, ଭିତ୍ତିଭୂମି ଓ ଦୈନନ୍ଦିନ କାର୍ଯ୍ୟରେ ସ୍ଥାୟୀତ୍ୱକୁ ସମନ୍ୱିତ କରିଥିବାରୁ ଲୋକଭବନକୁ ଏହି ସମ୍ମାନ ମିଳିଛି।

ଏ ସଫଳତାରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଖୁସି ଜାହିର କରି କହିଛନ୍ତି ଯେ, ମୁଁ ଦେଖିବାକୁ ଚାହୁଁଛି, ଓଡିଶାର ସବୁ ବିଶ୍ୱ ବିଦ୍ୟାଳୟ ଗ୍ରୀନ କ୍ୟାମ୍ପସ ହେଉ। ହଜାର ହଜାର ଛାତ୍ରଛାତ୍ରୀ କ୍ୟାମ୍ପସ ଗୁଡିକରେ ପଢୁଛନ୍ତି, ସେମାନେ ଏହାଦ୍ୱାରା ଅନୁପ୍ରାଣିତ ହୋଇ, ଏହାକୁ ଅନୁପାଳନ କରିବେ। ସେହିପରି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ଲୋକଭବନର ଏହି ସ୍ୱୀକୃତି ଆଗାମୀ ଦିନରେ ରାଜ୍ୟରେ ନିର୍ମାଣ ହେବାକୁ ଥିବା ସରକାରୀ କୋଠାବାଡ଼ିଗୁଡ଼ିକ ପାଇଁ ପ୍ରେରଣା ଯୋଗାଇବ। ଭବିଷ୍ୟତରେ ସରକାର ନିର୍ମାଣ କରିବାକୁ ଥିବା ହସ୍ପିଟାଲ, ସ୍କୁଲ୍ ଏବଂ ଅନ୍ୟାନ୍ୟ ସରକାରୀ ଭବନଗୁଡ଼ିକରେ ଗ୍ରୀନ୍ ବିଲ୍ଡିଂ ମାନଦଣ୍ଡକୁ ଗୁରୁତ୍ୱ ଦେବା ସହ ଏଭଳି ମାନ୍ୟତା ହାସଲ ଦିଗରେ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯିବ।

 

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL