ଓଡ଼ିଶା

ଆସନ୍ତାକାଲି ଚାଷୀଙ୍କ ଖାତାକୁ ଆସିବ ସିଏମ୍-କିଷାନର ପଞ୍ଚମ କିସ୍ତି

ଭୁବନେଶ୍ବର: କାଲି ମିଳିବ ସିଏମ୍-କିଷାନ ଟଙ୍କା । ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି । ଭୁବନେଶ୍ବରରେ ଆର୍ଥିକ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ହିତାଧିକାରୀଙ୍କ ଆକାଉଣ୍ଟକୁ ଡିବିଟିରେ ଯିବ ୮୩୩ କୋଟିରୁ ଉର୍ଦ୍ଧ ଟଙ୍କା । ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ ।

ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ‘ସିଏମ୍ – କିସାନ୍’ (ରବି ୨୦୨୬-୨୭) ଯୋଜନା ଅନ୍ତର୍ଗତ ଆର୍ଥିକ ସହାୟତା ରାଶି ହସ୍ତାନ୍ତର କାର୍ଯ୍ୟକ୍ରମ ଆସନ୍ତାକାଲି ପ୍ରଦାନ କରାଯିବ। ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ ଏହି ବିଶେଷ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଏହି ଆର୍ଥିକ ସହାୟତା ରାଶି ପ୍ରଦାନ ହେବ। ଏହି ଯୋଜନା ମାଧ୍ୟମରେ ରାଜ୍ୟର ୪୧ ଲକ୍ଷରୁ ଉର୍ଦ୍ଧ୍ୱ କ୍ଷୁଦ୍ର, ନାମମାତ୍ର, ବିଶେଷ ଭାବେ ଅନୁନ୍ନତ ଜନଜାତି ସମୂହ (PVTG) ଏବଂ ଭୂମିହୀନ କୃଷକ ପରିବାର ପ୍ରତ୍ୟକ୍ଷ ଭାବେ ଉପକୃତ ହେବେ।

ମୋଟ ୮୩୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଆର୍ଥିକ ସହାୟତା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ, ଯାହା ରାଜ୍ୟର ଚାଷୀମାନଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ସହ କୃଷି କାର୍ଯ୍ୟରେ ପ୍ରୋତ୍ସାହିତ କରିବ। ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗଦେବେ। ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ସରକାରଙ୍କ ଅନ୍ୟ ମନ୍ତ୍ରୀ ଗଣ ଯୋଗଦେଇ ସିଏମ୍-କିସାନ କିସ୍ତି ପ୍ରଦାନ କରିବେ। ଗଣମାଧ୍ୟମର ସଦୟ ଅବଗତି ନିମନ୍ତେ ତାହାର ତାଲିକା ନିମ୍ନରେ ସଂଲଗ୍ନ କରାଗଲା ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL