ଓଡ଼ିଶା

ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟି ଜଳିଗଲା ଦୋକାନ, ୭ ଆହତ

ସାଲେପୁର  : ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟି ଜଳିଗଲା ଦୋକାନ  ।  ୭ ଜଣ ଆହତଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । କଟକ ଜିଲ୍ଲା ସାଲେପୁର ବ୍ଲକ୍ ଅନ୍ତର୍ଗତ ଜପକୁଦ ବଜାରରେ ଏଭଳି ଘଟଣା ଘଟିଛି  ।   ଏହି ଘଟଣାରେ ତିନି ଜଣ ମହିଳା, ତିନି ଜଣ ପୁରୁଷ ଓ ଜଣେ ଶିଶୁ ଆହାତ ହୋଇଥିବା ବେଳେ ସେମାନଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା ।

ତେବେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ତୁରନ୍ତ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ବଜାରରେ ସ୍ଥିତ ଦୀନବନ୍ଧୁ ସାହୁଙ୍କ ଦୋକାନ ଖୋଲିବା ସମୟରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ହେବାରୁ ଏଭଳି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା । ଏହାର ପ୍ରଭାବରେ ଦୋକାନ ନିକଟରେ ଥିବା ଲୋକ, ଅନ୍ୟ ଦୋକାନୀ ଏବଂ ରାସ୍ତାରେ ଯାତାୟାତ କରୁଥିବା କିଛି ପଥଚାରୀ ମଧ୍ୟ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ପୋଲିସ ତରଫରୁ ସୂଚନା ମିଳିଛି ।, ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ସାଲେପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL