ଓଡ଼ିଶା

୨୨ରୁ ୨୭ ତାରିଖ ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ କ୍ଷେତ୍ର !

ଭୁବନେଶ୍ବର : ଆସୁଛି ଆଉ ଏକ ଲଘୁଚାପ ।  ୨୨ରୁ ୨୭ ତାରିଖ ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭବନା ।  ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।  ଆଜି ରାଜ୍ୟର ସ୍ଥାନେ ସ୍ଥାନେ ବର୍ଷା ଦେଖିବାକୁ ମିଳିଛି ।  ଆଜି ଭିଜିଛି ରାଜଧାନୀ ଭୁବନେଶ୍ବର ।  ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି ।  ଆଉ ତିନି ଦିନ ରାଜ୍ୟର କାଁ ଭାଁ ସ୍ଥାନରେ ବର୍ଷା ହେବ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି ।

ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।  ସେଥିପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।  ଆଜି ୧୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ ।  କଟକ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ଜାରି ହୋଇଛି ୱାର୍ଣ୍ଣିଂ ।  ସେହିପରି ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୮ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର ୩ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ରହିଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL