ଓଡ଼ିଶା

ଗାଧୋଇବା ବେଳେ ବ୍ରାହ୍ମଣୀ ନଦୀରେ ବୁଡି ଛାତ୍ର ନିଖୋଜ

ଯାଜପୁର: ଗାଧୋଇବାକୁ ଯାଇ ବ୍ରାହ୍ମଣୀ ନଦୀରେ ବୁଡି ଛାତ୍ର ନିଖୋଜ । ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଗୋପାଳପୁର ଗାଁରେ ଅଘଟଣ । ନିଖୋଜ ଛାତ୍ର ଗୁରୁ ଚରଣ ବେହେରାଙ୍କ ପୁଅ ହରିହର ବେହେରା । ସେ ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ର ବୋଲି ଜଣାପଡିଛି ।

ଆଜି ନିକଟସ୍ଥ ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ହଠାତ ବୁଡି ଯାଇଥିଲେ । ସ୍ଥାନୀୟ ଲୋକେ ଉଦ୍ଧାର କରିବାରେ ବିଫଳ ହେବା ପରେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ତେବେ ଏଯାଏଁ ନିଖୋଜ ହରିହରଙ୍କ କୌଣସି ସନ୍ଧାନ ମିଳିନି । ଏପଟେ ଖବର ପାଇ ଘଟଣାସ୍ଥଳରେ କୁଆଖିଆ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL