ଉମରକୋଟ: ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ। ଜଙ୍ଗଲରୁ ମହିଳାଙ୍କ ଉଲଗ୍ନ ମୃତଦେହ ଉଦ୍ଧାର । ନବରଙ୍ଗପୁର ଉମରକୋଟ ବ୍ଲକ ଚିକଲପଦର ନିକଟରେ ଥିବା ଏକ କେନାଲ ପାର୍ଶ୍ୱ ଜଙ୍ଗଲରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ସକାଳୁ କିଛି ଗ୍ରାମବାସୀ ଶୌଚ ପାଇଁ ଯାଇଥିବା ବେଳେ ମହିଳାଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ମହିଳାଙ୍କ ମୃତଦେହ ଉଲଗ୍ନ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଥିଲା ।
ଘଟଣାସ୍ଥଳରେ ମହିଳାଙ୍କ ମୃତଦେହ ନିକଟରେ ଜୋତା ସହ ଡ୍ରେସ ପଡ଼ିଥିବା ଦେଖିବାକୁ ମିଳିଛି । ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ମହିଳାଙ୍କୁ ହତ୍ୟା କରାଯାଇଛି ନା ଅନ୍ୟ କୌଣସି କାରଣରୁ ମୃତ୍ୟୁ ହୋଇଛି ତଦନ୍ତ ପରେ ସ୍ପଷ୍ଟ ହେବ । ନବରଙ୍ଗପୁର ପୋଲିସ ସହ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ଅଧିକ ତନାଘନା କରିବ ।





