ଭୁବନେଶ୍ବର: ଦୀପାବଳିରେ ଗାଁଠୁ ସହର ପର୍ଯ୍ୟନ୍ତ ଚାରିଆଡ଼େ ଉତ୍ସବର ମାହୋଲ । ଏହାରି ମଧ୍ୟରେ ଆଜି ରାତିରେ ପୁରୀରେ ଏକ ବଡ଼ ଅଘଟଣ ଘଟିଛି। ଦୀପ ନିଆଁରୁ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ହୋଇଛି। ଆଜି ସନ୍ଧ୍ୟାରେ ବଳିଆପଣ୍ଡା ମଦନ ଭିଲା ପଛ ପଟେ ଦିଲ୍ଲୀପ ସିଂହଙ୍କ ଘରେ ଏହି ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟିଛି। ଏହି ଅଘଟଣରେ ୧୦ରୁ ଅଧିକ ଲୋକ ଆହତ ଅଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ଗୁରୁତର ଅଛନ୍ତି ।
ରିପୋର୍ଟ ଅନୁସାରେ ଆଜି ସନ୍ଧ୍ୟାରେ ବଳିଆପଣ୍ଡା ମଦନ ଭିଲା ପଛ ପଟେ ଦିଲ୍ଲୀପ ସିଂହଙ୍କ ଘରେ ଏହି ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟିଛି। ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ବଳିଆପଣ୍ଡା ଓ କୁମ୍ଭାରପଡ଼ା ଥାନା ପେଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ବଳିଆପଣ୍ଡା ଓ କୁମ୍ଭାରପଡ଼ା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।






