ଓଡ଼ିଶା

ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା, ପ୍ରକାଶ ପାଇଲା କାର୍ଯ୍ୟସୂଚୀ

ଭୁବନେଶ୍ବର: ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ନେଇ ପରୀକ୍ଷା ସୂଚୀ ଜାରି କଲା ମାଧ୍ୟମିକ ଶିକ୍ଷା ପରିଷଦ । ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହୋଇଛି । ଯୁକ୍ତ ଦୁଇ ପରୀକ୍ଷା ୨୦୨୭ ଫେବ୍ରୁଆରୀ ୧୬ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୧୮ ତାରିଖରେ ଶେଷ ହେବ। ଯୁକ୍ତ ୨ ଥିଓରୀ ପରୀକ୍ଷା ଗୋଟିଏ ସିଟିଂରେ ଅନୁଷ୍ଠିତ ହେବ ।

ପରୀକ୍ଷା ପ୍ରତିଦିନ ସକାଳ ୧୦ଟାରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ଚାଲିବ । ସେହିପରି ଇଣ୍ଟରନାଲ ଆସେସମେଣ୍ଟ ଓ ପ୍ରୋଜେକ୍ଟ ପରୀକ୍ଷା ୨୦୨୬ ଡିସେମ୍ବର ୨୨ ତାରିଖରୁ ଆରମ୍ଭ ହୋଇ ୨୦୨୭ ଜାନୁଆରୀ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୪ରୁ ୧୬ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ପରୀକ୍ଷାରେ ସ୍ୱଚ୍ଛତା ଓ ଶୃଙ୍ଖଳା ବଜାୟ ରଖିବା ପାଇଁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ସିସିଟିଭି କ୍ୟାମେରା ନଜରରେ ରହିବ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL