ଓଡ଼ିଶା

ରାଜ୍ୟବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ନବବର୍ଷ । ସାରା ଦେଶ ଓ ବିଶ୍ୱରେ ପାଳନ ହେଉଛି ନୂତନ ବର୍ଷ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଛନ୍ତି । ସୋସିଆଲ ମିଡିଆ ‘ଏକ୍ସ’ରେ ସେ ଟୁଇଟ୍‌ କରି ଲେଖିଛନ୍ତି, ଇଂରାଜୀ ନବବର୍ଷ ୨୦୨୬ ଉପଲକ୍ଷେ ଓଡ଼ିଶାର ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ । ଏହି ନୂଆ ବର୍ଷ ସମସ୍ତଙ୍କ ଜୀବନରେ ନୂଆ ଆଶା, ନୂଆ ସଙ୍କଳ୍ପ ଓ ନୂଆ ଆତ୍ମବିଶ୍ୱାସ ନେଇଆସୁ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL