ବରଗଡ଼: ୧୧ଦିନ ଧରି ଚାଲିଥିବା ବରଗଡ଼ ଧନୁଯାତ୍ରା ମହୋତ୍ସବ ଉଦ୍ଯାପିତ ହୋଇଛି। ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶନିବାର ଉଦଯାପିତ ହୋଇଛି। ୧୧ଦିନ ଧରି ଚାଲିଥିବା ଏହି ମହୋତ୍ସବର ଅନ୍ତିମ ଦିବସରେ କଂସବଧ ଦୃଶ୍ୟାଭିନୟ ହୋଇଥିଲା। ଉଦଯାପନୀ ଦିବସରେ କଂସବଧ ଦୃଶ୍ୟାଭିନୟ ମୁଖ୍ୟ ଆକର୍ଷଣ ଥିଲା। ଅନୁକୁଳ ପାଗ ଓ କଳାକାରଙ୍କ ନିଖୁଣ ଅଭିନୟ ଯୋଗୁ ମଥୁରାନଗରୀ ଲୋକାରଣ୍ୟ ହୋଇ ପଡ଼ିଥିଲା। ମଥୁରା ପରିଭ୍ରମଣ ସାରି କଂସ ମହାରାଜା ସ୍ଥାନୀୟ ଲୋକମଣ୍ଡପ ପଡ଼ିଆସ୍ଥିତ ରାଜ ଦରବାରକୁ ଆସିଥିଲେ। ଶ୍ରୀକୃଷ୍ଣ ବଳରାମଙ୍କୁ ହତ୍ୟା କରିବା ପାଇଁ ସେ ନିଜର ସେନାପତି, ମହାମନ୍ତ୍ରୀ, ଚାଣୁର, ମୁଷ୍ଟିକ ଆଦି ସୈନ୍ୟ ସାମନ୍ତଙ୍କ ସହିତ ରଣକୌଶଳ ପ୍ରସ୍ତୁତ କରିଥିଲେ। ଅନ୍ୟପଟେ ଶ୍ରୀକୃଷ୍ଣ ହାଟପଦା ମଞ୍ଚରେ ଶିବଧନୁ ଭଙ୍ଗ କରିଥିବାବେଳେ ତାଙ୍କ କରାଘାତରେ କୁବଳୟା ହସ୍ତୀ ପ୍ରାଣ ହରାଇଥିଲା।
କଂସ ବଧ ସହ ସରିଲା ବରଗଡ଼ ଧନୁଯାତ୍ରା ମହୋତ୍ସବ









