ପୁରୀ: ଅନେକ ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିରରେ ଘିଅ ବ୍ୟବହାର ନେଇ ବିବାଦ ଉପୁଜିଛି । ଶ୍ରୀମନ୍ଦିର ପରିସରରେ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ମିଳିଥିବାବେଳେ ଏହାକୁ ଜବତ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏ ସମ୍ପର୍କରେ ସୁଆର ମହାସୁଆର ନିଯୋଗକୁ ସୂଚିତ କରିଛି ଶ୍ରୀମନ୍ଦିର ପ୍ରଶାସନ ।
ଏହା ସହିତ ପୁରୀ ବୀର ହରେକୃଷ୍ଣପୁରର ଶ୍ରୀରବୀନ୍ଦ୍ର ବାରିକ ଏବଂ ଶ୍ରୀଜମେଶ୍ୱର ସୁଆରଙ୍କୁ ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ କ୍ରମେ ଏହାର ସନ୍ତୋଷଜନକ ଉତ୍ତର ରଖିବାକୁ ୭ ଦିନିଆ ନୋଟିସ ଜାରି କରାଯାଇଛି ।









