ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ଜଣ ହାର୍ଡକୋର ମାଓବାଦୀ । ନିହତ ମାଓବାଦୀଙ୍କ ମଧ୍ୟରେ ଚାରି ଜଣ ମହିଳା ଓ ଦୁଇ ଜଣ ପୁରୁଷ ଥିବା ଜଣାପଡିଛି । ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ମଧ୍ୟ ହୋଇଛି ।
ଖବର ଅନୁଯାୟୀ, ଇନ୍ଦ୍ରାବତୀ ନ୍ୟାସନାଲ ପାର୍କ ଜଙ୍ଗଲରେ ମାଓବାଦୀଙ୍କ ଉପସ୍ଥିତି ନେଇ ବିଶେଷ ସୂତ୍ରରୁ ଖବର ପାଇଥିଲେ ସୁରକ୍ଷାକର୍ମୀ । ଏହାପରେ ସୁରକ୍ଷାକର୍ମୀ ଏବଂ ସ୍ଥାନୀୟ ପୋଲିସ ମିଳିତ ଭାବେ ଆରମ୍ଭ କରିଥିଲେ ସର୍ଚ୍ଚ ଅପରେସନ । ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀ ପ୍ରଥମେ ଗୁଳି ଚାଳନା କରିଥିଲେ । ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଚାଲିଥିଲା ଗୁଳିବିନିମୟ ।






