ଜାତୀୟ

ଅଜିତ ପାୱାରଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ର : ମହାରାଷ୍ଟ୍ର ବାରାମତିରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା । ଅଜିତଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଜିତ ଅକାଳ ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ରାଷ୍ଟ୍ରପତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଗଭୀର ଶୋକବ୍ୟକ୍ତ କରିବା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସହିତ କଥା ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଓ ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗଭୀର ଶୋକ ପ୍ରକାଶ କରିବା ସହ ଏହାକୁ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଅଜିତଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ।

ଅଜିତ ପାୱାର ନିଜ ବିମାନରେ ଏକ ନିର୍ବାଚନ ପ୍ରଚାର ପାଇଁ ଯାଉଥିବା ବେଳେ ଅବତରଣ ବେଳେ ବିମାନଟି ଦୁର୍ଘଟଣାର ଶିକାର ହୋଇଛି । ବିମାନରେ ଥିବା ସମସ୍ତ ଲୋକଙ୍କ ମୃତ୍ୟୁ ହୋଇଛି । ଅଜିତ ପାୱାରଙ୍କ ପତ୍ନୀ ସୁନିତ୍ରା ପାୱାର ଏବଂ ପୁଅ ପାର୍ଥ ପାଓ୍ବାର ଦିଲ୍ଲୀରୁ ବାରାମତି ପାଇଁ ବାହାରିଛନ୍ତି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL