ଓଡ଼ିଶା

ଚଳିତ ବଜେଟରୁ ଇନଫ୍ରାଷ୍ଟ୍ରକ୍ଚର, ରେଲୱେ, ରୁରାଲ ଡେଭଲପମେଣ୍ଟ ଆଦିରୁ ଓଡ଼ିଶା ଭଲ ଲାଭ ପାଇବ: ଧର୍ମେନ୍ଦ୍ର

କଟକ :  ଚଳିତ ବଜେଟରୁ ଓଡ଼ିଶା ଇନଫ୍ରାଷ୍ଟ୍ରକ୍ଚର , ରେଲୱେ, ରୁରାଲ ଡେଭଲପମେଣ୍ଟ ଆଦିରୁ ଓଡ଼ିଶା ଭଲ ଲାଭ ପାଇବ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ମୁଖ୍ୟତ କ୍ୟାପିଟାଲ ଏକ୍ସପେଣ୍ଡିଚର ଉପରେ ଲାଭ ପାଇପାରିବ ଓଡ଼ିସା । ଗତଥର ଏଥିରେ୧୧ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯାଇଥିବାବେଳେ ଚଳିତ ଥର ପ୍ରାୟ ୧୨ ଲକ୍ଷ ଟଙ୍କାର ବ୍ୟୟ ବରାଦ କରାଯାଇଛି । କେନ୍ଦ୍ର ବଜେଟରୁ ଟେକ୍ସଟାଇଲ, ମତ୍ସ୍ୟ ଚାଷ, ପଶୁପାଳନ କ୍ଷେତ୍ରରେ ଓଡ଼ିଶା ଭଲ ଲାଭ ପାଇବ କହିଛନ୍ତି କେନ୍ଦ୍ର ମନ୍ତ୍ରୀ ।

କେନ୍ଦ୍ର ବଜେଟ୍ ୨୦୨୬-୨୭ ଓଡ଼ିଶାକୁ ପୂର୍ବ ଭାରତର ଆର୍ଥିକ ପ୍ରଗତିର ପେଣ୍ଠସ୍ଥଳୀ ଭାବେ ଗଢ଼ିତୋଳିବା ପାଇଁ ଏକ ଶକ୍ତିଶାଳୀ ବ୍ଲୁ ପ୍ରିଣ୍ଟ ପ୍ରଦାନ କରିଛି ।  ଏଭଳି ଏକ ଭବିଷ୍ୟତବାଦୀ, ଯୁବଶକ୍ତି-କେନ୍ଦ୍ରିକ, ଜନହିତକର ଏବଂ ନିଯୁକ୍ତି ଭିତ୍ତିକ ‘କେନ୍ଦ୍ର ବଜେଟ୍ ୨୦୨୬-୨୭’ ଉପସ୍ଥାପନ କରିଥିବାରୁ ପ୍ରଧାନମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି  ।  ଏହି ବଜେଟ୍ ସବକା ସାଥ୍, ସବକା ବିକାଶ ମନ୍ତ୍ର ଉପରେ ଗୁରୁତ୍ୱ ଦେଇଛି, ଯାହା ଦ୍ୱାରା ଗରିବ ଏବଂ ମଧ୍ୟବିତ୍ତ ପରିବାରମାନେ ବିଶେଷ ଭାବରେ ଲାଭ ପାଇବେ ।

ବ୍ରାହ୍ମଣୀ ଓ ମହାନଦୀ ଦେଇ ତାଳଚେର-ଅନୁଗୋଳ ଠାରୁ ପାରାଦୀପ-ଧାମରା ପର୍ଯ୍ୟନ୍ତ ୫ ନମ୍ବର ଜାତୀୟ ଜଳପଥର ବିକାଶ ଏବଂ ରାଜ୍ୟରେ ନୂତନ ‘ରେୟାର ଆର୍ଥ କରିଡର’ର ପ୍ରତିଷ୍ଠା ଓଡ଼ିଶାର ଶିଳ୍ପ ଓ ଖଣିଜ ଭିତ୍ତିଭୂମିକୁ ଏକ ନୂତନ ସ୍ତରକୁ ନେଇଯିବ ।  ପୂର୍ବୋଦୟ ରାଜ୍ୟଗୁଡ଼ିକ ପାଇଁ ଉଦ୍ଦିଷ୍ଟ ‘ଇଷ୍ଟ-କୋଷ୍ଟ ଡେଭଲପମେଣ୍ଟ କରିଡର’, ପୂର୍ବରେ ଦାନକୁନିରୁ ସୁରଟକୁ ସଂଯୋଗ କରୁଥିବା ନୂତନ ଫ୍ରେଟ୍ କରିଡର ଜରିଆରେ ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ନିଯୁକ୍ତି ଓ ବାଣିଜ୍ୟର ବ୍ୟାପକ ସୁଯୋଗ ସୃଷ୍ଟି ହେବ ।  ପୂର୍ବ ଭାରତରେ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ୍ ଡିଜାଇନ ପ୍ରତିଷ୍ଠା ରାଜ୍ୟର ଅଭିବୃଦ୍ଧିକୁ ଗତି ଦେବ ।  ଏହି ବଜେଟ୍ ଓଡ଼ିଶାର ସାଧାରଣ ଜନତା, ଚାଷୀ, ମହିଳା, ଯୁବ, ଜନଜାତି ସମେତ ସବୁବର୍ଗଙ୍କୁ ଗୁରୁତ୍ୱ ଦେଉଥିବା ଏକ ଜନହିତକର ବଜେଟ୍ ବୋଲି  କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦୁପତ୍ର ବିକ୍ରେତାଙ୍କ ପାଇଁ ଟିସିଏସ ହାରକୁ ୫% ରୁ ୨% କୁ ହ୍ରାସ କରିବା ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ନଡ଼ିଆ, କାଜୁ ଓ କୋକୋ ଚାଷ ପାଇଁ ସ୍ୱତନ୍ତ୍ର ସହାୟତା ପ୍ରଦାନ କରିବା ସରକାରଙ୍କ ଗରିବ ଓ ଚାଷୀ କଲ୍ୟାଣର ପ୍ରତିବଦ୍ଧତାକୁ ଦର୍ଶାଉଛି ।  ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ମତ୍ସ୍ୟଜୀବୀ ସଂଗଠନଗୁଡ଼ିକୁ ଷ୍ଟାର୍ଟଅପ୍‌ ମାଧ୍ୟମରେ ବଜାର ସହ ଯୋଡିବା ସହିତ ଉପକୂଳବର୍ତ୍ତୀ ଅଞ୍ଚଳରେ ମତ୍ସ୍ୟ ଚାଷକୁ ସୁଦୃଢ଼ କରାଯିବ ।  ଏହି ପଦକ୍ଷେପ ଆମର ମତ୍ସ୍ୟଜୀବୀ ଭାଇଭଉଣୀମାନଙ୍କ ଆୟ ବୃଦ୍ଧି କରିବା ସହ ବ୍ଲୁ ଇକୋନୋମୀକୁ ଅଧିକ ସୁଦୃଢ଼ କରିବ ।  ଓଡ଼ିଶାର ଉପକୂଳ ଅଞ୍ଚଳରେ ଏହା ରୋଜଗାରର ନୂଆ ସୁଯୋଗ ସୃଷ୍ଟି କରିବ ।  ଓଡ଼ିଶାର ସମୁଦ୍ର କୂଳରେ ଭିତରକନିକା ପରି ସ୍ଥାନଗୁଡ଼ିକରେ ‘ଟର୍ଟଲ ଟ୍ରେଲ୍ସ’ ଭଳି ପ୍ରକଳ୍ପ ରାଜ୍ୟ ପର୍ଯ୍ୟଟନ ଶିଳ୍ପକୁ ଏକ ନୂତନ ପରିଚୟ ଦେବା ସହ ଅର୍ଥନୀତିକୁ ମଜଭୂତ କରିବ ବୋଲି  କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL