ଭୁବନେଶ୍ବର: ମାର୍ଚ୍ଚ ପ୍ରଥମ ସପ୍ତାହରେ ରତ୍ନ ଭଣ୍ଡାର ଗଣତି ମଣତି । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଛତିଶା ନିଯୋଗ ସହିତ ଆଲୋଚନା ହୋଇଛି । ଖୁବ ଶୀଘ୍ର ସମୟ ନିର୍ଘଣ୍ଟ ସ୍ଥିର ହେବ । ମାର୍ଚ୍ଚ ମାସ ପ୍ରଥମ ସପ୍ତାହ ସୁଦ୍ଧା ଗଣତି ମଣତି ଆରମ୍ଭ କରିବା ପାଇଁ ଯୋଜନା କରୁଛୁ ବୋଲି କହିଛନ୍ତି ମନ୍ତ୍ରୀ । ମ୍ୟାନେଜିଙ୍ଗ କମିଟି ଓ ମନ୍ଦିର ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି । ସେମାନେ ଛତିଶା ନିଯୋଗ ସହିତ କଥା ହୋଇ ଠାକୁରଙ୍କ ନୀତିକାନ୍ତି ଅନୁଯାଇ କେଉଁ ସମୟରେ କଲେ ଠିକ ହେବ ତାରିଖ ଘୋଷଣା ହେବ ।
ମାର୍ଚ୍ଚ ପ୍ରଥମ ସପ୍ତାହରେ ରତ୍ନ ଭଣ୍ଡାର ଗଣତି ମଣତି: ଆଇନମନ୍ତ୍ରୀ








