ଓଡ଼ିଶା

୯ ତାରିଖ ଯାଏଁ ଛେଚିବ ବର୍ଷା: ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ଵର: ଭୁବନେଶ୍ବର: ଉତ୍ତର-ପଶ୍ଚିମ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହିତ ଉତ୍ତର-ପଶ୍ଚିମ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ଉତ୍ତର ପ୍ରଦେଶ, ଉତ୍ତର ଛତିଶଗଡ଼ ଏବଂ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ମଧ୍ୟରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ୯ ତାରିଖ ଯାଏଁ ଘଡ଼ଘଡ଼ି, କୁଆପଥର ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି -ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା। ଆଜିଠୁ ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ପାଇଁ ୧୨ ଜିଲ୍ଲା ଏବଂ କାଲି ପାଇଁ ୨୪ ଜିଲ୍ଲାକୁ ସତର୍କ କରାଯାଇଛି। ଝଡ଼ବର୍ଷ ସମୟରେ ଲୋକେ ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। 

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL