ବୁର୍ଲା: ଦୁର୍ବୃତ୍ତଙ୍କ ଗୁଳିରେ ମାଂସ ଦୋକାନୀ ମହମ୍ମଦ୍ ଅନିଶ(୩୬)ଙ୍କର ମୃତ୍ୟୁ। ଦୁର୍ବୃତ୍ତମାନେ ତାଙ୍କୁ ତିନିଟି ଗୁଳି ମାରିଛନ୍ତି। ସମ୍ବଲପୁରର ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି । ମୁଣ୍ଡ, ଛାତି ଓ ପେଟରେ ଗୁଳି ବାଜିବାରୁ ଅତ୍ୟଧିକ ରକ୍ତସ୍ରାବ ହୋଇ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଅନିଶ୍ ଜମି କାରବାର କରୁଥିଲେ। ଏହା ହତ୍ୟାର କାରଣ ହୋଇଥିବା ସନ୍ଦେହ କରାଯାଉଛି। ଘଟଣା ସମ୍ପର୍କରେ ସୂଚନା ପାଇ ବୁର୍ଲା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି । ପୋଲିସ ମୃତଦେହ ଜବତ କରି ବୁର୍ଲା ମେଡିକାଲରେ ବ୍ୟବଚ୍ଛେଦ ପାଇଁ ପଠାଇଛି ।
ବିଚ୍ ରାସ୍ତାରେ ମାଂସ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା






