ଧର୍ମଗଡ଼: ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ । ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ । କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ରେ ଜଣେ ବିବାହିତା ମହିଳାଙ୍କ ମୃତଦେହ ଘର ଭିତରୁ ଉଦ୍ଧାର କରାଯାଇଛି । ମୃତ ମହିଳା ହେଉଛନ୍ତି ଦୀପାଞ୍ଜଳି ନିମୁନିଆ । ଘର ଭିତରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଥିଲା ।
ଆତ୍ମହତ୍ୟା ନୁହେଁ, ବରଂ ତାଙ୍କୁ ହତ୍ୟା କରାଯାଇ ଟାଙ୍ଗି ଦିଆଯାଇଥିବା ବାପଘର ଲୋକେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ଏହି ଘଟଣା ନେଇ କଲମପୁର ଥାନାରେ ଏକ ଲିଖିତ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । କଲମପୁର ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।









