ଓଡ଼ିଶା

ଆସନ୍ତା ୨୬ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ସୋମବାର ଅକ୍ଟୋବର ୨୬ ତାରିଖରେ ୟୁନିଟ–୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିକୁ ସ୍ଥଗିତ ରଖାଯାଇଛି । ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ ।
ସେମାନଙ୍କ ପାଇଁ ଭୁବନେଶ୍ୱର ଠାରେ ଅନୁଷ୍ଠିତ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ଏକ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL