ଓଡ଼ିଶା

ଜୟପଙ୍ଗା ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ପଦ୍ମପୁର: ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ରାୟଗଡ଼ା ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରେ ହାରାହାରି ୪୬୦. ୭୭ ମିଲିମିଟର ବର୍ଷା ହୋଇଥିବା ବେଳେ ପଦ୍ମପୁର ଅଞ୍ଚଳରେରେ ସକାଳ ୦୭ ଟା ସୁଦ୍ଧା ସର୍ବାଧିକ ୩୮.୦୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଲଗାଣ ବର୍ଷା ଓ ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଇଛି। ପଦ୍ମପୁର ବ୍ଲକ ଡେରିଗାଁ ପଞ୍ଚାୟତ ମୁଟୁକୁଣି ଗ୍ରାମର କଚ୍ଚା ଘରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି। ଗ୍ରାମର ପ୍ରାୟ ୧୬ଟି ପରିବାରର ୫୨ ଜଣ ସଦସ୍ୟ ଓ ଦୁଇଜଣ ଗର୍ଭବତୀ ଓ ଜଣେ ପ୍ରସୃତି ମହିଳାଙ୍କୁ ଆଣି ଜୟପଙ୍ଗା ପ୍ରାଥମିକ ବିଦ୍ୟାଳୟରେ ଖୋଲାଯାଇଥିବା ଅସ୍ଥାୟୀ ଆଶ୍ରୟସ୍ଥଳୀରେ ରଖାଯାଇଛି। ସେଠାରେ ସେମାନଙ୍କୁ ରନ୍ଧା ଖାଦ୍ୟ ଓ ଅନ୍ୟାନ୍ୟ ଜରୁରୀ ସୁବିଧା ଯୋଗାଇ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ଜିଲ୍ଲା ଗସ୍ତରେ ଥିବା ଉପମୁଖ୍ୟମନ୍ତ୍ରୀ ତଥା ଜିଲ୍ଲା ଦାୟିତ୍ୱରେ ଥିବା ମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଜୟପଙ୍ଗା ଆଶ୍ରୟସ୍ଥଳୀରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସେ ଅନ୍ତେବାସୀଙ୍କୁ ଶୁଖିଲା ଖାଦ୍ୟ ଓ ରାସନ ସାମଗ୍ରୀ ବଣ୍ଟନ କରିବା ସହ ସେମାନଙ୍କ ସହ ଆଲୋଚନା କରିଥିଲେ। ଲୋକଙ୍କ ପାଇଁ ପ୍ରସ୍ତୁତ ରନ୍ଧା ଖାଦ୍ୟର ମାନ ଯାଞ୍ଚ କରିବା ସହ ଉପମୁଖ୍ୟମନ୍ତ୍ରୀ ନିଜେ ମଧ୍ୟ ତାହା ଗ୍ରହଣ କରିଥିଲେ। ଏହା ପରେ ସେ କେନ୍ଦୁଗୁଡ଼ା ଜଳଭଣ୍ଡାର ପରିଦର୍ଶନ କରି ଜଳସ୍ତରର ସ୍ଥିତି ଅନୁଧ୍ୟାନ କରିବା ସହ ପ୍ରଶାସନିକ ପ୍ରସ୍ତୁତି ଉପରେ ସନ୍ତୋଷ ପ୍ରକାଶ କରି ଫେରିଛନ୍ତି।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL