ଓଡ଼ିଶା

ଅକଭାନ୍ ପାଇଁ ୧୪ ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ବର: ବାତ୍ୟା ଅକଭାନ୍ ପାଇଁ ୧୪ ଜିଲ୍ଲାରେ ସ୍କୁଲ ଛୁଟି । ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, କୋରାପୁଟ, ରାୟଗଡ଼ା, ମାଲକାନଗିରି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି । ଏହି ଜିଲ୍ଲାଗୁଡିକ ମଧ୍ୟରୁ ୬ ଜିଲ୍ଲାରେ ୩ ଦିନ ସ୍କୁଲ ଛୁଟି ଘୋଷଣାଆଜିଠୁ ହୋଇଛି । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ । ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର , କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି ।

ଖୋର୍ଦ୍ଧା, ନୟାଗଡ଼ ଓ କୋରାପୁଟ ଜିଲ୍ଲାରେ ୨୦ ତାରିଖ ଯାଏ ସ୍କୁଲ ଛୁଟି ରହିବ । ରାୟଗଡ଼ା ଓ ମାଲକାନଗିରିରେ ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା ହୋଇଛି । ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତାକାଲି ସମସ୍ତ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ନିଷ୍ପତ୍ତି ନେଇଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL