ଓଡ଼ିଶା ଭୁବନେଶ୍ୱର

୨୪ ଘଣ୍ଟାରେ ଲଘୁଚାପ, ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର :  ୨୪ ଘଣ୍ଟାରେ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା।  ଦକ୍ଷିଣ ମିଆଁମାର ଉପକୂଳ ଏବଂ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।   ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।  ଏନେଇ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ ।  ଏହାର ପ୍ରଭାବରେ ଆଜି ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ପୂର୍ବାନୁମାନ କରିଛି IMD ।  ଅନ୍ୟପଟେ ଆଜି ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL