କୋଣାର୍କ: ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୁଲ୍ୟରେ ତଥା ସଙ୍ଗୀତ ନାଟକ ଏକାଡେମୀ ଓ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମର ମିଳିତ ଉଦ୍ୟମରେ କୋଣାର୍କ ଠାରେ ଉଦ୍ଘାଟିତ ହୋଇଯାଇଛି ପାଞ୍ଚ ଦିନିଆ ୩୬ ତମ କୋଣାର୍କ ଉତ୍ସବ ୨୦୨୫ ଏବଂ ୧୫ ତମ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବ ୨୦୨୫ ।
ଏହି ଉତ୍ସବକୁ ପ୍ରଥମ ଦିନ ମୁଖ୍ୟଅତିଥି ଭାବେ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି ତାଙ୍କ ସହିତ ଡକ୍ଟର ପ୍ରିୟଙ୍କା ମାରାଣ୍ଡୀ, ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଜଗତସିଂହପୁରର ମାନ୍ୟବର ସାଂସଦ ଡ଼. ବିଭୁ ପ୍ରସାଦ ତରାଇ, ବିଧାୟକ ପିପିଲି ଆଶ୍ରିତ ପଟ୍ଟନାୟକ, ବିଧାୟକ ସତ୍ୟବାଦୀ ଓମ ପ୍ରକାଶ ମିଶ୍ର, ବିଧାୟିକା ବ୍ରହ୍ମଗିରି ଉପାସନା ମହାପାତ୍ର, ବିଧାୟକ କାକଟପୁର ତୁଷାରକାନ୍ତି ବେହେରା, ବିଧାୟକ ପୁରୀ ସୁନୀଲ କୁମାର ମହାନ୍ତି, ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର, ପୁରୀର ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଓ ପୁରୀର ଆରିକ୍ଷକ ପ୍ରତୀକ ସିଂହ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଉପସ୍ଥିତ ଥିଲେ ।
ପ୍ରତିବର୍ଷ କୋଣାର୍କ ଉତ୍ସବ ସହିତ ଆୟୋଜିତ ହୋଇଥାଏ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବ । ଚନ୍ଦ୍ରଭାଗା କୂଳରେ ଓ କୋଳରେ ବିଶ୍ୱର କୋଣ ଅନୁକୋଣରୁ ଆସିଥାନ୍ତି ବାଲୁକା ଶିଳ୍ପୀ ଗଣ । ଏ ବର୍ଷ ଆମ ଭାରତ ବର୍ଷରୁ ପ୍ରାୟ ୧୪୦ ଜଣ ଶିଳ୍ପି ଯୋଗ ଦେଇଛନ୍ତି, ସେଥିରୁ ୪୦ ଜଣ ମହିଳା ଓ ୯୫ ଜଣ ପୁରୁଷ । ସ୍ପେନ୍, ରୁଷିଆ, ଜାପାନ, ପର୍ତ୍ତୁଗାଲ ଓ ଶ୍ରୀଲଙ୍କାରୁ ପ୍ରାୟ ୫ ଜଣ ବିଦେଶୀ ବାଲୁକା ଶିଳ୍ପି ଆସି ପହଞ୍ଚିଛନ୍ତି ଚନ୍ଦ୍ରଭାଗା ବେଳାଭୂମିରେ ତାଙ୍କ କଳା ନୈପୁଣ୍ୟକୁ ରୂପ ଦେବା ପାଇଁ ।








