ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ। ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି। ବିଜୁ ଜନତା ଦଳର ସଭାପତିଙ୍କ ନିର୍ଦ୍ଦେଶରେ ନିଷ୍ପତ୍ତି ନିଆଯାଇଛି। ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ଦେଇଛନ୍ତି ସୂଚନା। ବିଧାନସଭାରେ ବିଲକୁ ସମର୍ଥନ କରିଥିଲେ ବି ଜନଅସନ୍ତୋଷକୁ ଦେଖି ଏହାର ପୁନର୍ବିଚାର କରିବା ପାଇଁ ଦାବି କରୁଥିବା କହିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ଉପମୁଖ୍ୟ ସଚେତକ ପ୍ରତାପ ଦେବ।
ବିଧାୟକଙ୍କ ଦରମା ବୃଦ୍ଧିର ପୁନର୍ବିଚାର ପାଇଁ ଦାବି କଲା ବିଜେଡି







