ଭୁବନେଶ୍ବର: ଟ୍ରେନର ଶୌଚାଳୟ ପାଖରେ ବସି ଓଡ଼ିଶାର କୁସ୍ତି ଖେଳାଳି ଉତ୍ତରପ୍ରଦେଶ ଯିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାର ସତ୍ୟାସତ୍ୟ ଉପରେ ସରକାର ଅନୁଧ୍ୟାନ କରିବେ। ତଦନ୍ତ ପରେ ହିଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
କୁସ୍ତି ଖେଳାଳିଙ୍କୁ ଅଣଦେଖା ପ୍ରସଙ୍ଗରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପ୍ରତିକ୍ରିୟା; ତଦନ୍ତ ପରେ ହେବ କାର୍ଯ୍ୟାନୁଷ୍ଠାନ





